Thursday, April 25, 2024

Logo
Loading...
google-add

ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Rasmi Ranjan Rout | 11:29 AM, Thu Nov 09, 2023

ଓଡ଼ିଶା 365 (ବ୍ୟୁରୋ): ଆଜି ଠାର ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ।  ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ଏହି ସମ୍ମିଳନୀର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍’ । ଏହି ସମ୍ମିଳନୀରେ ମିଲେଟ୍ ଚାଷ, ପ୍ରକ୍ରିୟାକରଣରେ କୃଷକମାନଙ୍କର ସଂପୃକ୍ତିରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ, ବୈଷୟିକ ଅଧିବେଶନ, ଅନ୍ତର୍ଜାତୀୟ ଖାଦ୍ୟମେଳା, କୁଇଜ୍ ପ୍ରତିଯୋଗିତା, ରନ୍ଧନ ପ୍ରତିଯୋଗିତା ଆଦି କାର୍ଯ୍ୟକ୍ରମ ହେବ । ଏହା ସହ ମିଶନ ଶକ୍ତି ଅଧିନ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଓ ମିଲେଟ୍ ଉଦ୍ୟୋଗୀମାନଙ୍କ ସଫଳତାର କାହାଣୀ ପ୍ରଦର୍ଶିତ ହେବ ।

ଏହି ସମ୍ମଳନୀରେ ପୂରା ଦେଶ ପାଇଁ ମିଲେଟ୍ ପଲିସି ରୋଡମ୍ୟାପ ପ୍ରସ୍ତୁତ ହେବ । ମାଣ୍ଡିଆ ଚାଷୀଙ୍କୁ ସ୍ୱତନ୍ତ୍ର ପ୍ରୋତ୍ସାହନ ସହ ଘର ଘରେ ମିଲେଟ୍ ବ୍ୟବହାର ବୃଦ୍ଧି ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଲକ୍ଷ୍ୟ ରଖିଛି । ଅନ୍ୟପଟେ ଏହି କାର୍ଯ୍ୟକ୍ରମରେ ଇଣ୍ଟରନ୍ୟାସନାଲ ଫଣ୍ଡ ଫର ଏଗ୍ରିକଲଚରାଲ ଡେଭଲମେଣ୍ଟ, ଆଫ୍ରିକୀୟ ଓ ୟୁରୋପୀୟ ଦେଶର କୃଷି ପରାମର୍ଶଦାତା ସାମିଲ ହେବେ । ଗ୍ରାମୀ ପୁରସ୍କାର ବିଜେତା ରିକି କେଜ୍, ଖାତନାମା ସେଫ୍ ବିକାଶ ଖାନ୍ନା ପ୍ରମୁଖ ସାମିଲ ହେବେ । 

  • Trending Tag

  • No Trending Add This News
google-add
google-add
google-add

ଟପ୍ ମିଡିଲ ନ୍ୟୁଜ୍

ଲାଟେଷ୍ଟ ଅପଡେଟ୍

google-add
google-add
google-add

ବ୍ଲଗ୍

google-add
google-add