Thursday, February 13, 2025

Logo
Loading...
google-add

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Rasmi Ranjan Rout | 10:28 AM, Tue Nov 07, 2023

ଓଡ଼ିଶା 365(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ ଦତ୍ତମହାପାତ୍ର ସେବକ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ ହେବ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଦୀର୍ଗ ସମୟ ଧରି ଏହି ନୀତି ଚାଲିବ । ଏଣୁ ଏହି ସ୍ୱତନ୍ତ୍ର ନୀତି ପାଇଁ ଭକ୍ତମାନେ ଅପରାହ୍ଣରେ ପ୍ରାୟ ୪ ଘଣ୍ଟା ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। 

ସୂଚନାଯୋଗ୍ୟ, ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି । 

  • Trending Tag

  • No Trending Add This News
google-add
google-add
google-add

ଯୋଜନା

ଆପଣଙ୍କ ପସନ୍ଦର

google-add

ଯୁବ

google-add
google-add