Sunday, January 19, 2025

Logo
Loading...
google-add

ଘର ଘର ବୁଲି ମଶା ଖୋଜିବ ବିଏମ୍‌ସି, ମିଳିଲେ ହଜାରେ ଫାଇନ୍

Editor | 10:05 AM, Thu Aug 10, 2023

ନ୍ୟୁଜ୍ 365(ବ୍ୟୁରୋ): ଏଣିକି ଘର ଘର ବୁଲି ଡେଙ୍ଗୁ ମଶା ଖୋଜିବ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଯଦି ଘରେ ବା ଘର ଆଖପାଖରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ଅଥବା ଡେଙ୍ଗୁ ମଶା ଦେଖିବାକୁ ମିଳେ ତେବେ ହଜାରେ ଟଙ୍କା ଫାଇନ ପଡ଼ିପ ସେହି ଘର ମାଲିକଙ୍କ ଉପରେ । ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ, ଅଫିସ ଆଦି କୋଠାରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ତାହାହେଲେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ କରିବ ବିଏମସି ।

ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି। ଆସନ୍ତା ୧୫ ତାରିଖ ପରେ ବିଏମସି ଟିମ ଘର ଘର ଯାଞ୍ଚ କରିବ ବୋଲି ସୂଚନା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୨ ଜଣ ଡେଙ୍ଗୁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ରାଜଧାନୀରେ ୯୨୪ଜଣଙ୍କର ସାମ୍ପଲ ଟେଷ୍ଟ ହେଇଥିବା ବେଳେ ୪୨୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । 

  • Trending Tag

  • No Trending Add This News
google-add
google-add
google-add

ଯୋଜନା

ଆପଣଙ୍କ ପସନ୍ଦର

google-add
google-add
google-add