Sunday, January 19, 2025

Logo
Loading...
google-add

ଅଣଆଦିବାସୀଙ୍କୁ ନିଜର ଜମି ବିକ୍ରି କରିପାରିବେ ଆଦିବାସୀ

| 13:24 PM, Wed Nov 15, 2023

ଓଡ଼ିଶା 365 (ବ୍ୟୁରୋ): ଏସଟି ବର୍ଗର ଜମି ହସ୍ତାନ୍ତର ସରଳ ହେବା ପ୍ରକ୍ରିୟା ଉପରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ପ୍ରତିକ୍ରିୟା। ରାଜସ୍ୱ ମନ୍ତ୍ରୀ କହିଛନ୍ତି, ଆଦିବାସୀମାନେ ପୂର୍ବରୁ ଅସୁବିଧା ସମୟରେ ଜମିକୁ ନିଜ କାମରେ ଲଗାଇ ପାରୁ ନଥିଲେ। ଏବେ ସେ ନିୟମରେ କିଛି ପରିବର୍ତ୍ତନ କରାଯାଇଛି। ଏହାଦ୍ୱାରା ଆଦିବାସୀ ବର୍ଗ ବହୁଭାବରେ ଉପକୃତ ହେବେ। ଆଦିବାସୀମାନେ ଏଣିକି ଅଣ ଆଦିବାସୀମାନଙ୍କୁ ନିଜର ଜମି ବିକ୍ରି କରିପାରିବେ। ଏସଂକ୍ରାନ୍ତୀୟ ପ୍ରସ୍ତାବକୁ କ୍ୟାବିନେଟର ମଞ୍ଜୁରି ମିଳିଛି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଏଣିକି ଉପଜିଲ୍ଲାପାଳଙ୍କୁ ଆବେଦନ କରି ଜଣେ ଆଦିବାସୀ ନିଜର ଜମି ଅଣ ଆଦିବାସୀଙ୍କୁ ବିକି ପାରିବେ। ଯଦି ୬ ମାସ ଭିତରେ ଉପଜିଲ୍ଲାପାଳ ଏନେଇ କୌଣସି ନିଷ୍ପତ୍ତି ନ ନିଅନ୍ତି, ତେବେ ଜିଲ୍ଲାପାଳଙ୍କ ନିକଟରେ ଆବେଦନ କରିବାକୁ ହେବ। ଏହି ମାମଲାରେ ଜିଲ୍ଲାପାଳଙ୍କ ନିଷ୍ପତ୍ତି ହିଁ ଚୂଡ଼ାନ୍ତ ନିଷ୍ପତ୍ତି ବୋଲି ଧରାଯିବ। ଏହାଫଳରେ ଜଣେ ଆଦିବାସୀ ଅଣଆଦିବାସୀଙ୍କୁ ନିଜ ଜମିକୁ ଉପହାର ଆକାରରେ ଦେଇପାରିବେ। ଠିକ୍ ସେହିପରି ଜଣେ ଆଦିବାସୀ ନିଜର ଜମିକୁ ସର୍ବସାଧାରଣ ଅର୍ଥପ୍ରଦାନକାରୀ ସଂସ୍ଥାରେ ବନ୍ଧକ ରଖି ଋଣ ମଧ୍ୟ ଆଣିପାରିବେ।

  • Trending Tag

  • No Trending Add This News
google-add
google-add
google-add

ଯୋଜନା

ଆପଣଙ୍କ ପସନ୍ଦର

google-add
google-add
google-add