Sunday, January 19, 2025

Logo
Loading...
google-add

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୨୩ରେ ନେଇପାରେ ଅବପାତର ରୂପ

Rasmi Ranjan Rout | 11:51 AM, Fri Oct 20, 2023

ଓଡ଼ିଶା 365 (ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । କ୍ରମଶଃ ଏହା ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏ ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।  ୨୪ରେ ହାଲୁକା ବର୍ଷା ଓ ୨୫ରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ୨୦ରୁ ୨୩ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ପାଣିପାଗକେନ୍ଦ୍ର ପକ୍ଷରୁ କୁହାଯାଇଛି।

  • Trending Tag

  • No Trending Add This News
google-add
google-add
google-add

ଆପଣଙ୍କ ପସନ୍ଦର

ମତାମତ

google-add
google-add
google-add