Sunday, January 19, 2025

Logo
Loading...
google-add

ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ 'ଆମ ଓଡ଼ିଶା ନବୀନ ଓଡ଼ିଶା' କାର୍ଯ୍ୟକ୍ରମର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

Rasmi Ranjan Rout | 17:17 PM, Thu Oct 26, 2023

ଓଡ଼ିଶା 365 (ବ୍ୟୁରୋ): ରାଜ୍ୟରେଲଆଉ ୨ ଜିଲ୍ଲାରେ ହେଲା 'ଆମ ଓଡ଼ିଶା ନବୀନ ଓଡ଼ିଶା'ର ଶୁଭାରମ୍ଭ। ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ 'ଆମ ଓଡ଼ିଶା ନବୀନ ଓଡ଼ିଶା' କାର୍ଯ୍ୟକ୍ରମର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖୋର୍ଦ୍ଧା ଜିଲ୍ଲାରେ ୯୫ କୋଟି ଟଙ୍କା ବ୍ୟୟରେ ୨୭୬୩ ଟି ପ୍ରକଳ୍ପ ଏବଂ ଜଗତସିଂହପୁରରେ ୯୯ କୋଟି ଟଙ୍କା ବ୍ୟୟରେ ୨୯୨୨ ଟି ଉନ୍ନୟନ୍ନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି ମଖ୍ୟମନ୍ତ୍ରୀ। ପ୍ରତି ପଞ୍ଚାୟତ, ପ୍ରତି ଗାଁ ରେ ବିକାଶ କରିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ‘ଆମ ଓଡିଶା ନବୀନ ଓଡିଶା’ । ପ୍ରଥମ ପର୍ଯ୍ୟାୟରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଓ ପରେ ପୁରୀ, ନୟାଗଡ଼, ମୟୂରଭଞ୍ଜ, ବରଗଡ଼ ଓ ଦେବଗଡ଼, କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନା ଶୁଭାରମ୍ଭ କରାଯାଇଥିଲା । ଆଜି ଏହି ଯୋଜନା ଆଓ ଦୁଇ ଜିଲ୍ଲା ଅନ୍ତର୍ଭୁକ୍ତ ହୋଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା । ଏଥିପାଇଁ ଖୋର୍ଦ୍ଧା ଜିଲ୍ଲାର ୭ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୫ କୋଟି ଟଙ୍କା । ଜୟଦେବ, ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା ଓ ଚିଲିକା ଆଦି ଏଥିରେ ସାମିଲ ରହିଛି। ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକ୍‌‌ରେ ୧୯୦ଟି ଗ୍ରାମ ପଞ୍ଚାୟତରେ ୨୭୬୩ଟି ପ୍ରକଳ୍ପ ହେବ।

ସେହିପରି ଜଗତସିଂହପୁର ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୯ କୋଟି ଟଙ୍କା ମଂଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା ଓ ଜଗତସିଂହପୁର। ଏଥିରେ ୮ଟି ବ୍ଲକ୍‌ର ୧୯୮ଟି ଗ୍ରାମପଞ୍ଚାୟତରେ ୨୯୨୨ ଟି ପ୍ରକଳ୍ପ କରାଯିବ। ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। 

  • Trending Tag

  • No Trending Add This News
google-add
google-add
google-add

ଆପଣଙ୍କ ପସନ୍ଦର

ମତାମତ

google-add
google-add
google-add