Sunday, January 19, 2025

Logo
Loading...
google-add

ବରଗଡ଼ ଜିଲ୍ଲାରେ ‌ହେବ ୩ଟି ବୃହତ୍ ସେତୁ; ୩୯ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

Rasmi Ranjan Rout | 17:16 PM, Wed Aug 16, 2023

 ଓଡ଼ିଶା 365 (ବ୍ୟୁରୋ): ବିକାଶ ଥରେ ଆଗାଉଛି ବରଗଡ଼ ଜିଲ୍ଲା। ଆହି କ୍ରମରେ  ବରଗଡ଼ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମିଳିଛି ମଞ୍ଜୁରୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥି ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ। 

  • Trending Tag

  • No Trending Add This News
google-add
google-add
google-add

ଆପଣଙ୍କ ପସନ୍ଦର

ମତାମତ

google-add
google-add
google-add