Wednesday, March 26, 2025

Logo
Loading...
google-add

ଦଶହରା: ଟ୍ୱିନ୍ ସିଟିରେ ସୁରକ୍ଷା ଦାୟିତ୍ୱରେ ରହିବେ ୩୧ ପ୍ଲାଟୁନ୍ ପୋଲିସ ଫୋର୍ସ

| 15:10 PM, Thu Oct 19, 2023

ଓଡ଼ିଶା 365 (ବ୍ୟୁରୋ): ଦଶହରାକୁ ଆଉ ମାତ୍ର ଦିନ କେଇଟା । ସେଥିପାଇଁ ଚଳଚଞ୍ଚଳ ଟ୍ୱିନ୍ ସିଟି । ସବୁଠି ଉତ୍ସବର ମାହୋଲ । ସେôତପାଇଁ ରାଜଧାନୀରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩୧ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ । ପ୍ରେସମିଟ କରି ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ । ରାଜଧାନୀର ୧୮୮ଟି ସ୍ଥାନରେ ହେବ ଦୁର୍ଗାପୂଜା ।

୨୦ ରୁ ୨୫ ଅକ୍ଟୋବର ଯାଏଁ ପୋଲିସ ଛାଉଣୀରେ ରହିବ ରାଜଧାନୀ । ଟ୍ରାଫିକ କଟକଣା ସହ ବ୍ଲକିଂ ଓ ଚେକିଂ କଡାକଡି ହେବ । ଭାରିଯାନ ଚଳାଚଳ ଉପରେ ପ୍ରତିବନ୍ଧକ ରହିବ । ୩ଟି କ୍ୟାଟାଗୋରୀରେ ପୂଜା ମଣ୍ଡପକୁ ସୁରକ୍ଷା ଦିଆଯିବ । ବିଭିନ୍ନ ବିଭାଗ ସହ କମିଶନରେଟ ପୋଲିସର ଜଏଣ୍ଟ ଇନ୍ସପେକ୍ସନ ସରିଛି । ୬ଟି ଜାଗାରେ କଣ୍ଟ୍ରୋଲ ରୁମ କରିଛି କମିଶନରେଟ ପୋଲିସ ।

ବଟି ଓ ଚାନ୍ଦା ମାଗିଲେ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି । ପୂରା ସୁରକ୍ଷା ବ୍ୟବସ୍ଥାକୁ ୨୪ ଘଣ୍ଟିଆ ଅନୁଧ୍ୟାନ କରିବେ ଭୁବନେଶ୍ୱର ଡିସିପି । ୧୨ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୪୧ ଜଣ ଇନ୍ସପେକ୍ଟର ସହରରେ ନିୟୋଜିତ ହେବେ । ୧୫୧ ଜଣ ଏଏସଆଇ, ୧୧୯ ଜଣ ଟ୍ରାଫିକ କନଷ୍ଟେବଳ, ୭୦ ଜଣ ଏପିଆର କନଷ୍ଟେବଳ ଓ ୨୦୭ ଜଣ ଓଏପିଏଫ କନଷ୍ଟେବଳ ନିୟୋଜିତ ହେବେ । ସିସିଟିଭି ନଜରରେ ସହରର ଛକ ଓ ଗଳିକନ୍ଦି ରହିବ ।




  • Trending Tag

  • No Trending Add This News
google-add
google-add
google-add

ଯୋଜନା

ଆପଣଙ୍କ ପସନ୍ଦର

google-add

ଯୁବ

google-add
google-add